ଯିଖରୀୟ 4

ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”

Zechariah 4:3 (UKJV) And two olive trees by it, one upon the right side of the bowl, and the other upon the left side thereof.

1ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।

2ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।

3ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”

4ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”

5ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.