ଯିଖରୀୟ 4

ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”

Zechariah 4:5 (UKJV) Then the angel that talked with me answered and said unto me, Know you not what these be? And I said, No, my lord.

3ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”

4ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”

5ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”

6ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

7ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.