6ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
7ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”
8ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
9“ଯିରୁବ୍ବାବିଲ୍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
10କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”