7ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”
8ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
9“ଯିରୁବ୍ବାବିଲ୍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
10କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”
11ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”