ଯିଖରୀୟ 5

ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।

Zechariah 5:1 (UKJV) Then I turned, and lifted up mine eyes, and looked, and behold a flying roll.

1ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।

2ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”

3ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.