4ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”
5ଏଉତ୍ତାରେ ମୋʼ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଊର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଆସୁଅଛି, ତାହା କଅଣ?”
6ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”
7ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।
8ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ।