7ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।
8ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ।
9ସେତେବେଳେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।
10ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”
11ଏଥିରେ ସେ ମୋତେ କହିଲେ, “ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।”