ଯିଖରୀୟ 6

ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!

Zechariah 6:12 (UKJV) And speak unto him, saying, Thus speaks the LORD of hosts, saying, Behold the man whose name is The BRANCH; and he shall grow up out of his place, and he shall build the temple of the LORD:

10“ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।

11ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।

12ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!

13ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’

14ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.