11ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।
12ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!
13ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’
14ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ।
15ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।”