ଯିଖରୀୟ 6

ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?”

Zechariah 6:4 (UKJV) Then I answered and said unto the angel that talked with me, What are these, my lord?

2ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।

3ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ।

4ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?”

5ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।

6ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.