7ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ;” ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।
8ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”
9ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
10“ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍, ହିଲ୍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।
11ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।