ଯିଖରୀୟ 7

ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”

Zechariah 7:10 (UKJV) And oppress not the widow, nor the fatherless, the stranger, nor the poor; and let none of you imagine evil against his brother in your heart.

8ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,

9“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।

10ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”

11ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।

12ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.