ଯିଖରୀୟ 7

ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।

Zechariah 7:11 (UKJV) But they refused to hearken, and pulled away the shoulder, and stopped their ears, that they should not hear.

9“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।

10ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”

11ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।

12ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।

13ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.