ଯିଖରୀୟ 7

ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,

Zechariah 7:13 (UKJV) Therefore it has come to pass, that as he cried, and they would not hear; so they cried, and I would not hear, says the LORD of hosts:

11ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।

12ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।

13ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,

14ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.