ଯିଖରୀୟ 7

ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Zechariah 7:4 (UKJV) Then came the word of the LORD of hosts unto me, saying,

2ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,

3ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”

4ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

5ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?

6ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.