3ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
4ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
5ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
6ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
7ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”