6ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
7ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”
8ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
9“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
10ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”