ଯିଖରୀୟ 8

କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Zechariah 8:14 (UKJV) For thus says the LORD of hosts; As I thought to punish you, when your fathers provoked me to wrath, says the LORD of hosts, and I repented not:

12କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।

13ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”

14କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

15ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।

16ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.