ଯିଖରୀୟ 8

ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।

Zechariah 8:15 (UKJV) So again have I thought in these days to do well unto Jerusalem and to the house of Judah: fear all of you not.

13ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”

14କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

15ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।

16ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;

17ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.