1ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।
3ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।
4ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
5ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।