4ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
5ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।
6ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।
7ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!
8ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”