ଯିଖରୀୟ 8

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!

Zechariah 8:7 (UKJV) Thus says the LORD of hosts; Behold, I will save my people from the east country, and from the west country;

5ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।

6ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।

7ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!

8ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”

9ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.