7ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!
8ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”
9ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।
10କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।
11ମାତ୍ର ଏବେ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କର ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।