8ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।
9ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
10ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
11ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।
12ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।