ଯିଖରୀୟ 9

ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।

Zechariah 9:12 (UKJV) Turn you to the strong hold, all of you prisoners of hope: even to day do I declare that I will render double unto you;

10ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।

11ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।

12ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।

13କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।

14ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.