12ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।
13କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।
14ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
15ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
16ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।