ଯିଖରୀୟ 9

ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।

Zechariah 9:16 (UKJV) And the LORD their God shall save them in that day as the flock of his people: for they shall be as the stones of a crown, lifted up as an explicit sign upon his land.

14ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।

15ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।

16ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।

17ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.