1ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।
2ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନୀ ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
3ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।
4ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।