4ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।
5ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।
6ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
7ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।
8ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।