ଯିଖରୀୟ 9

ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।

Zechariah 9:7 (UKJV) And I will take away his blood out of his mouth, and his abominations from between his teeth: but he that remains, even he, shall be for our God, and he shall be as a governor in Judah, and Ekron as a Jebusite.

5ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।

6ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।

7ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।

8ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।

9ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.