9ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
10ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
11ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
12ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
13ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”