ସିଫନୀୟ 1

ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।

Zephaniah 1:12 (UKJV) And it shall come to pass at that time, that I will search Jerusalem with candles, and punish the men that are settled on their sediments of wine: that say in their heart, The LORD will not do good, neither will he do evil.

10ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।

11ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।

12ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।

13ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”

14ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.