ସିଫନୀୟ 1

ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।

Zephaniah 1:17 (UKJV) And I will bring distress upon men, that they shall walk like blind men, because they have sinned against the LORD: and their blood shall be poured out as dust, and their flesh as the dung.

15ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,

16ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।

17ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।

18ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.