2ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
3“ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
4ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
5ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
6ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”