ସିଫନୀୟ 1

ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”

Zephaniah 1:6 (UKJV) And them that are turned back from the LORD; and those that have not sought the LORD, nor enquired for him.

4ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;

5ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;

6ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”

7ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।

8ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.