ସିଫନୀୟ 1

ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।

Zephaniah 1:7 (UKJV) Hold your peace at the presence of the Lord GOD: for the day of the LORD is at hand: for the LORD has prepared a sacrifice, he has bid his guest.

5ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;

6ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”

7ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।

8ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।

9ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.