8“ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।”
9ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।”
10ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।
11ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
12ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।