11ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
12ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।
13ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।
14ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।
15ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ।