ସିଫନୀୟ 2

ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।

Zephaniah 2:14 (UKJV) And flocks shall lie down in the midst of her, all the beasts of the nations: both the cormorant and the bittern shall lodge in the upper lintels of it; their voice shall sing in the windows; desolation shall be in the thresholds; for he shall uncover the cedar work.

12ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।

13ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।

14ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।

15ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.