1ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
2ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।
3ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
4କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।
5ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।