3ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
4କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।
5ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।
6ପୁଣି, ସମୁଦ୍ର କୂଳ ଚରାସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।
7ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।