ସିଫନୀୟ 3

ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।

Zephaniah 3:10 (UKJV) From beyond the rivers of Ethiopia my suppliants, even the daughter of my dispersed, shall bring mine offering.

8ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।

9ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।

10ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।

11ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।

12ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.