9ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
10ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।
11ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
12ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
13ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”