15ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
16ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।
17ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
18ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।
19ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।