16ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।
17ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
18ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।
19ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।
20ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି।