1ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
2ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।
3ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
4ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।