ସିଫନୀୟ 3

ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।

Zephaniah 3:5 (UKJV) The just LORD is in the midst thereof; he will not do iniquity: every morning does he bring his judgment to light, he fails not; but the unjust knows no shame.

3ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।

4ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।

5ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।

6ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।

7ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.